top of page

ଆପଣ ଯାହା ବିଷୟରେ ଜାଣିବାକୁ ତା ଉପରେ କ୍ଲିକ୍ କରନ୍ତୁ .

କୋଣାର୍କ ସୂର୍ଯ୍ୟ ମନ୍ଦିର

କୋଣାର୍କ ସୂର୍ଯ୍ୟ ମନ୍ଦିର

            କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର । । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

ନାମକରଣ

                           ଏହା ମନ୍ଦିରଟି ଗଢିଉଠିଥିଲା ପ୍ରାଚୀ ନଦୀ ଓ ବଙ୍ଗୋପସାଗରର ସଙ୍ଗମ ସ୍ଥଳରେ । ସେ ଯୁଗରେ ଏହା ଏକ ପୋତାଶ୍ରୟୀ ବନ୍ଦର ଥିଲା । ଏହାର ନାମଥିଲା କୋଣଗର l ‘‘କୋଣଗର’’ ନାମାନୁସାରେ ମନ୍ଦିରର ନାମ କୋଣାର୍କ ହୋଇଥିବ ବୋଲି 

ରଥଯାତ୍ରା

               ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥିଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ ।

ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩. ନେତ୍ରୋତ୍ସବ, ୪. ଶ୍ରୀଗୁଣ୍ଡିଚା, ୫. ହେରାପଞ୍ଚମୀ, ୬. ଆଡ଼ପ ପର୍ବ, ୭.ବାହୁଡ଼ା ଯାତ୍ରା ଓ ୮. ନୀଳାଦ୍ରି ବିଜେ । ପୁନଶ୍ଚ ରଥଯାତ୍ରା ୫ ଭାଗରେ ବିଭକ୍ତ। ଯଥା ୧. ଅନ୍ତର୍ବେଦୀ, ୨. ମହାବେଦୀ ମହୋତ୍ସବ, ୩. ଆଡ଼ପ ଉତ୍ସବ, ୪. ଦକ୍ଷିଣାମୁଖୀ ଉତ୍ସବ ଓ ୫. ନୀଳାଦ୍ରି ବିଜୟ । ଏହାକୁ ଗୁଣ୍ଡିଚା ପଞ୍ଚକ 

ରଥଯାତ୍ରା

ଭିତରକନିକା ଜାତୀୟ ଉଦ୍ୟାନ

               ଭିତରକନିକା ଓଡ଼ିଶାର କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଗୋଟିଏ ଜାତୀୟ ଉଦ୍ୟାନ । କେନ୍ଦ୍ରପଡ଼ା ଜିଲ୍ଲାର ରାଜନଗର ବିଧାନ ସଭା ମଣ୍ଡଳୀରେ ରାଜନଗର ବନ୍ୟମଣ୍ଡଳୀ ମଧ୍ୟରେ ଭିତର କନିକା ଓ ଗହିରମଥା ଅବସ୍ଥିତ । ୬୭୨ ବର୍ଗ କି.ମି.ର [୧] ଏହି ଜାତୀୟ ଉଦ୍ୟାନ ଭିତରକନିକା ହେନ୍ତାଳ ବଣ, ଯାହା ବ୍ରାହ୍ମଣୀବୈତରଣୀ ଓ ଧାମରାନଦୀମାନଙ୍କ ତ୍ରିକୋଣ ଭୂମିରେ ଅଛି । ଏହି ଜାତୀୟ ଉଦ୍ୟାନଟି ଭିତରକନିକା ପଶୁ ଅଭୟାରଣ୍ୟ ଦ୍ଵାରା ବେଢ଼ାହୋଇ ଅଛି । ଗହୀରମଥା ବେଳାଭୂମି ଏହାର ପୂର୍ବରେ ଅଛି ଯାହା ବଙ୍ଗୋପସାଗରରୁ ହେନ୍ତାଳ ବଣକୁ ଅଲଗା କରିଥାଏ ।

               ୧୯୭୫ରେ ବନ୍ୟ ଜୀବ ଅଭୟାରଣ୍ୟ (୬୭୨ବର୍ଗ କି,ମି ) ଓ ୧୯୯୮ରେ ଜାତୀୟ ଉଦ୍ୟାନ (୧୪୫ ବର୍ଗ କି.ମି) ଘୋଷିତ ହେଲା । ୨୦୦୨ରେ ଆନ୍ତର୍ଜାତିକ ଆଦ୍ରର୍ଭୁମି ଘୋଷଣା ହେଲା । ନିକଟରେ ଧାମରା ବନ୍ଦର ଓ ତାଳଚ୍ଚୁଆ ମାଛ ଜେଟି, ହୁଇଲର ଓ କାଳୀଭଞ୍ଜଡିଆ ଅବସ୍ଥିତ । ରିଘାଗଡା ଗ୍ରାମରେ ଜଗନ୍ନାଥ ମନ୍ଦର ଅଛି । ଆଗରୁ କନିକା ରାଜା ଜମିଦାରିରେ ଥିଲା ।

© 2016 by DILLIP KUMAR. Proudly created with Wix.com

bottom of page